ରାଜ୍ୟରେ ୧୯ କରୋନା ପଜିଟିଭ୍

ରାଜ୍ୟରେ ୧୯ କରୋନା ପଜିଟିଭ୍

ରାଜ୍ୟରେ ୧୯ କରୋନା ପଜିଟିଭ୍

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୩୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ ଜଣ, ସୁନ୍ଦରଗଡ଼ରୁ ୩ ଜଣ, କଟକରୁ ୨ ଜଣ, ଅନୁଗୁଳ ଓ ସମ୍ବଲପୁରରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୦୭ ଜଣ ସୁସ୍ଥ ହୋଇଛନ୍ତି ।