ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର : ସାମୁଦ୍ରିିକ ବାତ୍ୟା ଫୋନି ଆସୁଥିବାରୁ ଭୟଭୀତ ନହୋଇ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । ନବୀନ କହିଛନ୍ତି, “ସାମୁଦ୍ରିକ ବାତ୍ୟା ଫୋନିର ମୁକାବିଲା ନେଇ ସମସ୍ତ ପ୍ରସ୍ତୁତି ହୋଇଛି । ଉପକୂଳ ଜିଲ୍ଲା ଗୁଡିକ ନିକଟରେ ଏହା ଅତିକ୍ରମ କରୁଥିବାରୁ ବରିଷ୍ଠ ଅଧିକାରୀଙ୍କ ସହ ପ୍ରସ୍ତୁତି ନେଇ ଆଲୋଚନା କରିଛି ।” ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ପୁରା ସଜାଗ ଥିବା ନବୀନ କହିଛନ୍ତି । ବାତ୍ୟା ‘ଫୋନି’ ନେଇ ସଚିବାଳୟରେ ସମୀକ୍ଷା ବୈଠକ । ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ବି ଉପସ୍ଥିତି ଥିଲେ । ବାତ୍ୟା ନେଇ ରାଜ୍ୟସରକାର ସତର୍କ ଥିବା କହିଛନ୍ତି ଏସଆରସି ବିଷ୍ଣୁପଦ ସେଠୀ କହିଛନ୍ତି । ସମସ୍ତ ଉପକୂଳବର୍ତ୍ତୀ ଅଂଚଳ ଜିଲ୍ଲାପାଳ ମାନଙ୍କୁ ସତର୍କ କରାଯାଇଛି । ୮୮୯ଟି ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖାଯାଇଛି । ଆସନ୍ତା ୨ ତାରିଖରୁ ଉପକୂଳବର୍ତ୍ତୀ ଅଂଚଳ ଲୋକମାନଙ୍କୁ ସତର୍କ କରାଯାଇଛି ।