ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଯୋଜନାରେ ସଂଶୋଧନ

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଯୋଜନାରେ ସଂଶୋଧନ

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଯୋଜନାରେ ସଂଶୋଧନ

ଭୁବନେଶ୍ୱର : ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା(ଜିଆଇଏସ୍) ଦେୟରେ ସଂଶୋଧନ କରାଯାଇଛି। ପୂର୍ବରୁ ୪୮୦୦ ଟଙ୍କା ପର୍ୟ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କୁ ଜିଆଇସି ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ଏହାଠାରୁ ଅଧିକ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ଜିଆଇଏସ୍ ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। 

କର୍ମଚାରୀ ମାନଙ୍କ ପାଇଁ ଜିଆଇଏସ୍ ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରୀରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ୪୮୦୦ ଟଙ୍କା ପର୍ୟ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ୟ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିପରି ଅନ୍ତେଷ୍ଟିକ୍ରିୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଜିଆଇଏସ୍  ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।