ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ସୋମବାର ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିବୃତି ଦାବିରେ ପ୍ରବଳ ହୋହଲ୍ଲା ହୋଇଛି । ଏହାରି ଭିତରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୨୦ମିନିଟ ପାଇଁ ଗୃହ ମୁଲତବୀ କରି ସର୍ବଦଳୀୟ ବୈଠକ ଡାକିଥିବା ଜଣାଯାଇଛି । ପ୍ରକାଶ ଯେ, ଆଜି ଆରମ୍ଭରୁ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ସୋମବାର ବିଧାନସଭା ହୁଲସ୍ତୁଲ ହୋଇଥିଲା । ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ ସରକାରଙ୍କୁ ଘେରିଥିଲେ । ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡ଼ି ପଡ଼ିଥିବା ବିରୋଧୀ ଦଳର ନେତା ଶ୍ରୀ ନାୟକ କହିଥିଲେ । ଏନେଇ ସେ ପିପିଲି, ପୁରୀ, ବାଲେଶ୍ୱର ଓ ସୁନ୍ଦରଗଡ଼ର ଉଦାହରଣ ଦେଇଥିଲେ । ଆକ୍ରୋଶ ରଖି ସିମୁଳିଆରେ ପଦ୍ମଲୋଚନ ପଣ୍ଡାଙ୍କ ପୁଅଙ୍କୁ ଗିରଫ କରାଯାଇଥିବା ସେ କହିଥିଲେ । ସେହିପରି ରାଜ୍ୟରେ ଏବେ ଜଙ୍ଗଲରାଜ ଚାଲିଛି ବୋଲି କଂଗ୍ରେସ ବିଧାୟକ ନରସିଂହ ମିଶ୍ର କହିଥିଲେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିବୃତି ଦାବିରେ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଥିଲେ । ଏପରିକି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢିବାକୁ କଂଗ୍ରେସ ସଦସ୍ୟମାନେ ଉଦ୍ୟମ କରିଥିଲେ । ଫଳରେ ବାଚସ୍ପତି ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଥିଲେ ।