ସୁପରସୋନିକ୍ କ୍ରୁଜ୍ ମିସାଇଲର ସଫଳ ପରୀକ୍ଷଣ
ସୁପରସୋନିକ୍ କ୍ରୁଜ୍ ମିସାଇଲର ସଫଳ ପରୀକ୍ଷଣ
ବାଲେଶ୍ବର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତକ୍ଷେପଣ ହେଲା ସୁପରସୋନିକ୍ କ୍ରୁଜ୍ ମିସାଇଲ ବ୍ରହ୍ମୋସ । ଉତ୍କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମୀକ୍ଷା । ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ବ୍ରହ୍ମୋସ । ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି ।
ଉତକ୍ଷେପଣ ହେଲା ସୁପରସୋନିକ୍ କ୍ରୁଜ୍ ମିସାଇଲ ବ୍ରହ୍ମୋସଏହାର ଲକ୍ଷ୍ୟଭେଦ କ୍ଷମତା ୬୫୦ରୁ ୮୦୦ କିଲୋମିଟର ରହିଛି । ଶବ୍ଦର ବେଗ ଠାରୁ ୩ଗୁଣ ଅଧିକ ବେଗରେ ଗତି କରିପାରେ ସୁପରସୋନିକ୍ ମିସାଇଲ ବ୍ରହ୍ମୋସ । ଏଥିରେ ୨୦୦ରୁ ୩୦୦ କିଲୋଗ୍ରାମ ପର୍ୟ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ ।