୧୦ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

୧୦ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

୧୦ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା
ଭୁବନେଶ୍ୱର: ଆଜି ରାଜ୍ୟର ୧୦ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦିନ ୧ଟା ୩୦ ଯାଏଁ ୧୦ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ କହିଛି । ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କନ୍ଧମାଳ, ପୁରୀ, କଟକ, ଗଞ୍ଜାମ, ନୟାଗଡ, ଖୋର୍ଧା ଓ ମାଲକାନଗିର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଦିନ ୧ଟା ୩୦ ଯାଏଁ ଏହି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ତେଣୁ ଏହି ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।