୧୧ ଜିଲ୍ଲାକୁ ସର୍ତକ ସୂଚନା

୧୧ ଜିଲ୍ଲାକୁ ସର୍ତକ ସୂଚନା

୧୧ ଜିଲ୍ଲାକୁ ସର୍ତକ ସୂଚନା
ଭୁବନେଶ୍ୱର : ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୧ଟି ଜିଲ୍ଲାକୁ ସର୍ତକ ସୂଚନା ଜାରି କରାଯାଇଛି । ପ୍ରବଳ ଧୂଳିଝଡ, ବଜ୍ରପାତ ସହ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଝଡ ବର୍ଷା ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ବଜ୍ରପାତ ହେବା ସମୟରେ ଘରୁ ନ ବାହାରିବାକୁ ସର୍ତକ କରାଇ ଦିଆଯାଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ସୁନ୍ଦରଗଡ,ଝାରସୁଗୁଡା, ଦେବଗଡ, ବରଗଡ, ସମ୍ବଲପୁର, ବୌଦ୍ଧ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, ନୟାଗଡ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ସର୍ତକ ସୂଚନା ଜାରି କରାଯାଇଛି ।