୧୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

୧୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

୧୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା
ଭୁବନେଶ୍ୱର : ବାଲାଂଦେଶ ଓ ଏହାର ପାଶ୍ୱର୍ବର୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରିରହିବ । ୫ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନେ ଏଥିପ୍ରତି ସତର୍କ ରହିବାକୁ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିପରି ୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା, ୭ରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ହେବା ନେଇ ଆକଳନ କରାଯାଇଛି ।