୧୬ଟି ଜିଲ୍ଲାରୁ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ

୧୬ଟି ଜିଲ୍ଲାରୁ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ

୧୬ଟି ଜିଲ୍ଲାରୁ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ୨୪ ଘଣ୍ଟା ରାଜ୍ୟରେ ୧୬ଟି ଜିଲ୍ଲାରୁ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୫୭୮କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୧୪ ଜଣ, ଖୋର୍ଦ୍ଧାରୁ ୭ ଜଣ, ଅନୁଗୁଳ ଓ ଝାରସୁଗୁଡା ଜିଲ୍ଲାରୁ ୫ ଜଣ ଲୋଖାଏଁ, ଭଦ୍ରକ ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ, ବାଲେଶ୍ବର, ଦେବଗଡ଼, ଯାଜପୁର, କେରାପୁଟ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ, ବରଗଡ଼ , କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀରୁ ଜଣେ ଏବଂ ଷ୍ଟୋଟ୍ ପୋଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୫୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୩୧ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୩ ହଜାର ୯୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।