୧୬ଟି ଜିଲ୍ଲାରୁ ୭୪ ନୂଆ ଆକ୍ରାନ୍ତ ଚିହ୍ନଟ

୧୬ଟି ଜିଲ୍ଲାରୁ ୭୪ ନୂଆ ଆକ୍ରାନ୍ତ ଚିହ୍ନଟ

୧୬ଟି ଜିଲ୍ଲାରୁ ୭୪ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ୨୪ ଘଣ୍ଟା ରାଜ୍ୟରେ ୧୬ଟି ଜିଲ୍ଲାରୁ ୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୯ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୩୫୧ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୩୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।