୧୮ ଲକ୍ଷ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧୮ ଲକ୍ଷ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧୮ ଲକ୍ଷ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ : କ୍ରମାଗତ ତୃତୀୟ ଦିନ ପାଇଁ ୫୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେବା ସହିତ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ଛୁଇଁଛି । ରବିବାର ୫୨୭୯୨ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହିତ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ୩ ହଜାର ୬୯୬ରେ ପହଞ୍ଚିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୭୭୧ ଜଣଙ୍କ ପ୍ରାଣହାନି ଘଟିବା ସହିତ ମୃତକଙ୍କ ସଂଖ୍ୟା ୩୮୧୩୫ରେ ପହଞ୍ଚିଛି । ୧୮ ଲକ୍ଷ ୩ ହଜାର ୬୯୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଲକ୍ଷ ୮୬ ହଜାର ୨୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୯ ହଜାର ୩୫୭ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ତଥ୍ୟ ଜାରି କରାଯାଇଛି ।