୧୮ଟି ଜିଲ୍ଲାରୁ ୫୮ ନୂଆ ଆକ୍ରାନ୍ତ ଚିହ୍ନଟ

୧୮ଟି ଜିଲ୍ଲାରୁ ୫୮ ନୂଆ ଆକ୍ରାନ୍ତ ଚିହ୍ନଟ

୧୮ଟି ଜିଲ୍ଲାରୁ ୫୮ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର :୨୪ ଘଣ୍ଟା ରାଜ୍ୟରେ ୧୮ଟି ଜିଲ୍ଲାରୁ ୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୪ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୬୩୬ କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, କଟକ ଓ ଯାଜପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼,ଝାରସୁଗୁଡା ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର, ବୌଦ୍ଧ, ଦେବଗଡ଼, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୬୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୧୬ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୩ ହଜାର ୯୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।