୧୯ଟି ଜିଲ୍ଲାରୁ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ

୧୯ଟି ଜିଲ୍ଲାରୁ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ

୧୯ଟି ଜିଲ୍ଲାରୁ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ୨୪ ଘଣ୍ଟା ରାଜ୍ୟରେ ୧୯ଟି ଜିଲ୍ଲାରୁ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୯ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୭୪କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୬୦ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୨ ହଜାର ୯୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।