୨୦ରେ ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
୨୦ରେ ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତା ୨୦ତାରିଖରେ ଅନୁଗୁଳ ଓ ଢେଙ୍କାନାଳ ଦୁଇଟି ଜିଲ୍ଲାକୁ ଗସ୍ତ କରିବେ। ସେହିପରି ୨୨ତାରିଖରେ କନ୍ଧମାଳ ଜିଲ୍ଲାକୁ ଯିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ୟ୍ୟକ୍ରମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ଆସନ୍ତା ଡିସେମ୍ବର ପହିଲାରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ ଚଳିତ ମାସ ଶେଷ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ କାର୍ୟ୍ୟକ୍ରମକୁ ସାରିବା ନିମନ୍ତେ ବିଜେଡି ରଣନୀତି ପ୍ରସ୍ତୁତ କରିଛି ।




admin 