୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩,୨୦୩ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩,୨୦୩ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩,୨୦୩ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ :ଦେଶରେ କରୋନା ସଂକ୍ରମଣ ହାର ଖସିବାରେ ଲାଗିଛି ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର ୨୦୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୧୩୧ ଜଣଙ୍କର ମୃତ୍ୟୁ ଘଟିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଭାରତରେ କରୋନାର ସର୍ବମୋଟ ମାମଲା ୧ କୋଟି ୬ ଲକ୍ଷ ୬୭ ହଜାର ୭୩୬ ରେ ପହଞ୍ଚିଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୪୭୦ ରେ ପହଞ୍ଚିଛି । ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ହାର ହ୍ରାସ ପାଇବାରେ ଲାଗିଛି । ଦେଶରେ ଏବେସୁଦ୍ଧା ୧ ଲକ୍ଷ ୮୪ ହଜାର ୧୮୨ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ୧ କୋଟି ୦୩ ଲକ୍ଷ ୩୦ ହଜାର ୦୮୪ ଜଣ ଲୋକ ସୁସ୍ଥ ହୋଇଛନ୍ତି ।