୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ବର୍ଷିବ

୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ବର୍ଷିବ

୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର : ଗତକାଲି ସମୁଦ୍ର ପତ୍ତନରେ ଥିବା ନିମ୍ନଚାପ ରେଖା ମଧ୍ୟ ଉତ୍ତର ପଞ୍ଜାବରୁ ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ, ଉତ୍ତର ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି । ଏହି ଘୂର୍ଣ୍ଣିବଳୟଠାରୁ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଗୋଟିଏ ନିମ୍ନଚାପରେଖା ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତା ମଧ୍ୟରେ ଉତ୍ତର ଆନ୍ଧ୍ର ଉପକୂଳ ଯାଏ ଲମ୍ବିଛି । ପାଣିପାଗର ଏହି ନିୟାମକଗୁଡ଼ିକ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ୯ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ଢେଙ୍କାନାଳରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାଛଡ଼ା ୨୦ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀଠାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ୧ରୁ ୨୪ ଜୁନ ସୁଦ୍ଧା ଓଡ଼ିଶାରେ ୧୬୨.୮ମିମି ବର୍ଷା ହୋଇଛି । ଏହା ସ୍ୱାଭାବିକ ବର୍ଷା ୧୫୬.୧ ମିମିଠାରୁ ପ୍ରାୟ ୪ପ୍ରତିଶତ ଅଧିକ । ଏହି ଅବଧି ମଧ୍ୟରେ ୮ ଜିଲ୍ଲା, ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼, ଯାଜପୁର, ଭଦ୍ରକ, କନ୍ଧମାଳ ଓ କେନ୍ଦୁଝରଠାରେ ନିଅଣ୍ଟିଆ ବର୍ଷା ହେଇଛି । ଏହା ସ୍ୱାଭାବିକ ବର୍ଷାଠାରୁ ୨୦ରୁ ୫୯% ଯାଏ କମ । ଏହି ସମୟ ମଧ୍ୟରେ ୨ଜିଲ୍ଲା ଯଥା ପୁରୀ ଓ ସୁନ୍ଦରଗଡ଼ରେ ସ୍ୱାଭାବିକଠାରୁ ଅତ୍ୟଧିକ ଅର୍ଥାତ ୬୦% କିମ୍ବା ତା’ଠାରୁ ଅଧିକ ବର୍ଷା ହୋଇଛି । ୧୦ ଜିଲ୍ଲା ଦେବଗଡ଼, ସମ୍ବଲପୁର, କୋରାପୁଟ, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ମାଲକାନଗିରିଠାରେ ସ୍ୱାଭାବିକଠାରୁ ୨୦ରୁ ୫୯ ପ୍ରତିଶତ ଯାଏ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୨୫୧.୩ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୭୫.୦ ମିମି ବର୍ଷା ରେକର୍ଡ ହୋଇଛି ।