୨୪ ଘଣ୍ଟା ମଧ୍ୟରେ ୬୬ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ : ୯୪୨ ମୃତ

୨୪ ଘଣ୍ଟା ମଧ୍ୟରେ ୬୬ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ : ୯୪୨ ମୃତ

୨୪ ଘଣ୍ଟା ମଧ୍ୟରେ ୬୬ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ : ୯୪୨ ମୃତ
ନୂଆଦିଲ୍ଲୀ : ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ ୬୬ ହଜାର ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ବିଗତ ୨୪ ଘଣ୍ଟା ମଧ୍ୟରେ ୯୪୨ ଜଣ ପ୍ରାଣ ହରାଇଛନ୍ତି । ୬୬୯୯୯ ନୂତନ ଆକ୍ରାନ୍ତଙ୍କ ସହିତ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୯୬ ହଜାର ୬୩୭ରେ ପହଞ୍ଚିଛି । ସେହିପରି ୯୪୨ ମୃତ୍ୟୁ ସହିତ ମୃତକଙ୍କ ସଂଖ୍ୟା ୪୭୦୩୩ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ମିଳିଥିବା ବେଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଆମେରିକା ଏବଂ ବ୍ରାଜିଲ ପଛକୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ମହାରାଷ୍ଟ୍ର ଦେଶର ସର୍ବାଧିକ ପ୍ରଭାବିତ ସହର ରହିଥିବା ବେଳେ ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ପଛକୁ ପଛ ରହିଛନ୍ତି ।