୨୪ ଘଣ୍ଟାରେ ୧୬,୫୭୭ ଜଣ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ୧୬,୫୭୭ ଜଣ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ୧୬,୫୭୭ ଜଣ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୬,୫୭୭ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୨୦ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୭୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୬୩,୪୯୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୮୨୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୧୭୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୫୦,୬୮୦। ଏହି ହିସାବରେ ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୭.୧୭%ରେ ପହଞ୍ଚିଛି।