୨୪ଘଣ୍ଟାରେ ୪୬୯୬୪ କରୋନା ଆକ୍ରାନ୍ତ ଚିହ୍ନଟ, ୪୭୦ ମୃତ

୨୪ଘଣ୍ଟାରେ ୪୬୯୬୪ କରୋନା ଆକ୍ରାନ୍ତ ଚିହ୍ନଟ, ୪୭୦ ମୃତ

୨୪ଘଣ୍ଟାରେ ୪୬୯୬୪ କରୋନା ଆକ୍ରାନ୍ତ ଚିହ୍ନଟ, ୪୭୦ ମୃତ
ନୂଆଦିଲ୍ଲୀ : ଭାରତରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ ୨୪ ଘଣ୍ଟାରେ ୪୬ ହଜାର ୯୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ଲକ୍ଷ ୮୪ ହଜାର ୮୨ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୪୭୦ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୧୧୧କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୭୦ ହଜାର ୪୫୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୭୪ ଲକ୍ଷ ୯୧ ହଜାର ୫୧୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ରସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।