୨୬ରୁ କାଚିବ ବର୍ଷା
ଭୁବନେଶ୍ୱର: ଆସନ୍ତା ୨୬ରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ପ୍ରକୋପ ବଢ଼ିପାରେ । ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗ ବିଭାଗ ପୂର୍ବାନୁମାନ ହେଲା, ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ାର ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ଦକ୍ଷିଣ ଓଡ଼ିଶା ସହ ଉତ୍ତରର ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ତେବେ ୨୭ରୁ ପୁଣି ଝଡ଼ବର୍ଷା ବଢ଼ିବ ।
୨୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁରରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ବଜ୍ରପାତ ସହ ଧୂଳି ଝଡ଼ ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ଅଛି।
୨୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତିଂହପୁରର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହେବା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ସ୍ଥାନେ ସ୍ଥାନେ ଝଡ଼ବର୍ଷା ହୋଇପାରେ । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରୁ ଜିଲ୍ଲାପାଳ କାର୍ୟ୍ୟାଳୟକୁ ସତର୍କତା ପଦକ୍ଷେପ ପାଇଁ ସର୍ତକ କରାଯାଇଛି ।