୩ ଦିନ ଧରି ରାଜ୍ୟର କିଛି କିଛି ଅଞ୍ଚଳରେ କାଳବୈଶାଖୀ ବର୍ଷା

୩ ଦିନ ଧରି ରାଜ୍ୟର କିଛି କିଛି ଅଞ୍ଚଳରେ କାଳବୈଶାଖୀ ବର୍ଷା

୩ ଦିନ ଧରି ରାଜ୍ୟର କିଛି କିଛି ଅଞ୍ଚଳରେ କାଳବୈଶାଖୀ ବର୍ଷା
ଭୁବନେଶ୍ୱର : ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଜାରିରହିବ । ଏହାପରେ ରାଜ୍ୟରେ ଧୀରେଧୀରେ ତାତି ବଢ଼ିବ ଓ ପାଖାପାଖି ୩ ଡିଗ୍ରି ପର୍ଯ୍ୟନ୍ତ ପାରଦ ସ୍ତରରେ ବୃଦ୍ଧି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏବେ ୩ ଦିନ ଧରି ରାଜ୍ୟର କିଛି କିଛି ଅଞ୍ଚଳରେ କାଳବୈଶାଖୀ ବର୍ଷା ଜାରି ରହିବ । ଏଣୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ । ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ଓ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି । ସେହିଭଳି ୧୧ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାରଗଡ଼, କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଏବଂ ୧୨ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏହି ଦୁଇ ଦିନ ମଧ୍ୟ ପବନର ବେଗ ୩୦ରୁ ୪୦ କିମି ରହିବ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତିରେ କୌଣସି ପରିବର୍ତ୍ତନ ଦେଖାଯିବ ନାହିଁ । ଏହାପରେ ଧୀରେଧୀରେ ପାରଦସ୍ତରରେ ବୃଦ୍ଧି ପରିଲକ୍ଷିତ ହେବ ଓ ପରବର୍ତ୍ତୀ ଦିନଗୁଡ଼ିକରେ ତାପମାତ୍ରା ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।