୩ ମିନିଟ ଭିତରେ ରହିବ ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ।

୩ ମିନିଟ ଭିତରେ ରହିବ ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ।

୩ ମିନିଟ ଭିତରେ ରହିବ ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ।
୩ ମିନିଟ ଭିତରେ ରହିବ ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ର ଅବଧି । ଏନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ । ତାଙ୍କ ସୂଚନା ଅନୁଯାୟୀ ୩ ମିନିଟ ଭିତରେ ସଙ୍ଗୀତ ଗାନର ଅବଧି ରହିବ । ସ୍ୱର, ଲୟ, ତାଳ କଣ ହେବ ଏନେଇ ଖୁବଶୀଘ୍ର ଜଣାଇ ଦିଆଯିବ । ଏନେଇ ବିସ୍ତୃତ ଖସଡ଼ା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରସ୍ତୁତ କରିବ ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ, ୯ଟି ରାଜ୍ୟ ସେମାନଙ୍କ ରାଜ୍ୟ ସଂଗୀତ ପ୍ରଚଳନ କରିଛନ୍ତି । ରାଜ୍ୟ ସଂଗୀତକୁ ଅବମାନନା କଲେ ସେମାନଙ୍କ ଦଣ୍ଡ ବିଧାନ ଅନୁଧ୍ୟାନ କରାଯାଇ ଓଡ଼ିଶାରେ ଦଣ୍ଡ ନେଇ ନିଷ୍ପତ୍ତି ହେବ ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି । ପ୍ରକାଶ ଯେ, କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଅନବଦ୍ୟ ସୃଷ୍ଟି ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତ ଭାବରେ ସରକାରୀ ମାନ୍ୟତା ଦେବା ପାଇଁ ଗତକାଲି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଥିଲା । ଏହି ସଂଗୀତ ଗାୟନର ଅନୁମୋଦିତ ସ୍ୱର, ଶୈଳୀ ତଥା ରେକଡର଼୍ିଂ ଓଡ଼ିଶା ସରକାରଙ୍କର ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପ୍ରସ୍ତୁତ କରାଯିବା ପାଇଁ ସ୍ଥିର କରାଯାଇଥିଲା । ଏହାର ଗାୟନ ଅବଧି ସ୍ୱର ତଥା ଶୈଳୀ ଉପରୋକ୍ତ ରେକଡର଼୍ିଂ ପ୍ରକାରେ ନିର୍ଦ୍ଧାରିତ କରାଯାଇଥିଲା । ରାଜ୍ୟ ସରକାରଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭାର ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଭାବରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଏହି ସଂଗୀତର ବିନା ବାଦ୍ୟରେ ପ୍ରସ୍ତୁତ ଅନୁମୋଦିତ ସଂସ୍କରଣ ପରିବେଷଣ/ଗାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା । ବିଦ୍ୟାଳୟ, ମହାବିଦ୍ୟାଳୟ, ଅନ୍ୟାନ୍ୟ ସଭାସମିତି ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠ ସଂଗୀତ କିମ୍ବା ବାଦ୍ୟଯନ୍ତ୍ର ସଂଗତ ସହିତ ଏହାକୁ ପରିବେଷଣ/ଗାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା ।