୫ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରୀ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

୫ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରୀ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

୫ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରୀ  କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଘନୀଭୂତ ହୋଇ ଡିପ୍‌ ଡିପ୍ରେସନରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ମଧ୍ୟ ଆକଳନ କରାଯାଇଛି । ଭୀଷଣ ବର୍ଷା ନେଇ ୫ଟି ଜିଲ୍ଲାକୁ ରେର୍ଡ ୱାର୍ଣ୍ଣିଂରେ ରଖାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗରୁ ସୂଚନା ମିଳିଛି । ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ହେବାର ରହିଛି । ସେଥିପାଇଁ ସମ୍ବଲପୁର, ଦେଓଗଡ଼, ବରଗଡ଼,ନୂଆପଡ଼ା ଓ ବଲାଙ୍ଗୀର ରେଡ ଆଲର୍ଟ ଜାରି କରାଯାଇଛି । ଏହି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୋନପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ କଳାହାଣ୍ଡି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କଟକ, କେନ୍ଦ୍ରାପଡ଼ା, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେଉଁଝର, ମୟୁରଭଞ୍ଜ ଓ ନବରଙ୍ଗପୁରର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ମସୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।