୫ ଜିଲ୍ଲାରେ ପ୍ରବଳ ବର୍ଷିବ!

୫ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର: ପଶ୍ଚିମବଙ୍ଗ ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାବେଳେ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼ଳ ବରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କେତେକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ । ଅନ୍ୟପକ୍ଷରେ ରବିବାର ସକାଳ ୮ଟା ୩୦ ସୁଦ୍ଧା ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି । ତଦନୁଯାୟୀ ଝାରସୁଗୁଡ଼ାରେ ସର୍ବାଧିକ ୭୮.୨ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ବାରିପଦାରେ ୬୩.୪ ମିମି, କଟକରେ ୩୯.୪ ମିମି, ଭୁବନେଶ୍ୱରରେ ୨୮ମିମି, ସୁନ୍ଦରଗଡ଼ରେ ୨୫ ମିମି, ତାଳଚେରରେ ୩୫ମିମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।