୭ ଜିଲ୍ଲାକୁ ସର୍ତକ ସୂଚନା

୭ ଜିଲ୍ଲାକୁ ସର୍ତକ ସୂଚନା

୭  ଜିଲ୍ଲାକୁ ସର୍ତକ ସୂଚନା
ଭୁବନେଶ୍ୱର : ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ୭ଟି ଜିଲ୍ଲାକୁ ସର୍ତକ ସୂଚନା ଜାରି କରାଯାଇଛି । ସନ୍ଧ୍ୟା ୬ଟା ୩୦ ଯାଏଁ ସର୍ତକ ରହିବାକୁ ପରାମର୍ଶ ଦିଆଯାଇଛି । ଆଜି ରାତିରେ ପ୍ରବଳ ଧୂଳିଝଡ, ବଜ୍ରପାତ ସହ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଝଡ ବର୍ଷା ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ବଜ୍ରପାତ ହେବା ସମୟରେ ଘରୁ ନ ବାହାରିବାକୁ ସର୍ତକ କରାଇ ଦିଆଯାଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନୟାଗଡ ଜିଲ୍ଲା ପାଇଁ ସର୍ତକ ସୂଚନା ଜାରି କରାଯାଇଛି ।