୯ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

୯ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

୯ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ
ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଜି ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି । ଏହାର ପ୍ରଭାବ ଅଗଷ୍ଟ ୨୮ ତାରିଖ ପର୍ୟ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଜି ଓ କାଲି ପାଇଁ ୯ଟି ଜିଲାକୁ ରେଡ ୱାର୍ଣ୍ଣି ଜାରି କରାଯାଇଛି । ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣି ଜାରି କରାଯାଇଛି । ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ତୁହାକୁ ତୁହା ଝିପିଝିପି ବର୍ଷା ଲାଗି ରହିବ । ଅନୁଗୁଳ, ଢେ଼ଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ଅଗଷ୍ଟ ୨୭ ପର୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ମନା କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।